Music

ପୋଦିନା ପତ୍ର ର କେତେକ ଔଷଧୀୟ ଗୁଣ

Podina patra

ପୋଦିନା ପତ୍ର:--

ଆଜିକାଲି ବଜାରରେ ପୋଦିନା ପତ୍ର ବିକ୍ରି ହେଉଥିବା ଦେଖିବାକୁ ମିଳୁଛି । ଏହାକୁ ବିଭିନ୍ନ ଚଟପଟି ଖାଦ୍ୟରେ ବ୍ୟବହାର କରାଯାଉଛି । ଖାଇବାକୁ ସ୍ୱାଦିଷ୍ଟ ଲାଗୁଥିବା ପୋଦିନା ଶରୀର ପାଇଁ ବଡ଼ ଉପକାରୀ। ଇଂରାଜୀରେ ମିଣ୍ଟ ନାଁରେ ପରିଚିତ ପୋଦିନାରେ ରହିଛି ଅନେକ ଔଷଧୀୟ ଗୁଣ। । ତେବେ ଆସନ୍ତୁ ଜାଣିବା ପୋଦିନାର କିଛି ଚମତ୍କାରୀ ଗୁଣ ସଂପର୍କରେ-

  • ଖରା ଦିନେ ଅଂଶୁଘାତରୁୁ ରକ୍ଷା କରିଥାଏ ।ପୋଦିନା ରସ ଦେହ ପାଇଁ ହିତ । ଖରାରେ ବାହାରକୁ ଯିବା ପୂର୍ବରୁ ବି ଆପଣ ପୋଦିନା ରସ ପିଇ ପାରିବେ।
  •  ପାଟିରୁ ଦୁର୍ଗନ୍ଧ ବାହାରୁଥିଲେ ପୋଦିନା ପତ୍ରକୁ ବ୍ୟବହାର କରନ୍ତୁ। ପୋଦିନା ପତ୍ରର ରସରେ ପାଣି ମିଶାଇ କୁଳି କଲେ ପାଟିରୁ ବାହାରୁଥିବା ଦୁର୍ଗନ୍ଧ ଦୂର ହୋଇଥାଏ।
  • ଶରୀରର କୌଣସି ସ୍ଥାନରେ କ୍ଷତ ହୋଇଥିଲେ ପୋଦିନା ପତ୍ରକୁ ବାଟି ତା’ର ରସକୁ ସେହି ଜାଗାରେ ଲଗାଇ ଦିଅନ୍ତୁ। ଘା’ ଶୀଘ୍ର ଶୁଖି ଯିବ। ଘା’ ସ୍ଥାନରୁ ବାହାରୁ ଥିବା ଦୁର୍ଗନ୍ଧ ମଧ୍ୟ ଦୂର ହୋଇଯିବ।
  • ଅନେକ ପ୍ରକାର ଚର୍ମରୋଗକୁ ନାଶ କରିଥାଏ ପୋଦିନା । ଚର୍ମ ରୋଗ ହେଲେ ପୋଦିନା ପତ୍ରର ପ୍ରଲେପ ଲଗାଇବା ଦ୍ୱାରା ଆରାମ ମିଳିଥାଏ।ବାନ୍ତି ହେଉଥିଲେ ଅଧା କପ୍ ପୋଦିନା ରସକୁ ଦୁଇ ଘଣ୍ଟା ବ୍ୟବଧାନରେ ରୋଗୀକୁ ପିଆନ୍ତୁ। ବାନ୍ତି ବନ୍ଦ ହୋଇଯିବ।
  • ଖାଦ୍ୟ ହଜମ ହେବାରେ ଅସୁବିଧା ହେଉଥିଲେ ପୋଦିନା ରସକୁ ପାଣିରେ ମିଶାଇ ପିଇଲେ ଉପଶମ ମିଳେ।
  • ପେଟ ବ୍ୟଥା ହେଉଥିଲେ ପୋଦିନାକୁ ଜୀରା, ହେଙ୍ଗୁ, ଗୋଲମରିଚ ଓ ଲୁଣ ସହିତ ମିଶାଇ ପିଅନ୍ତୁ। ପେଟ ବ୍ୟଥା ଦୂର ହୋଇଯିବ।
  • ପ୍ରସବ ବେଦନା ସମୟରେ ମହିଳାମାନେ ପୋଦିନା ରସ ପିଇଲେ ସୁରୁଖୁରୁରେ ପ୍ରସବ ହୋଇଥାଏ।
  • ପୋଦିନା ଖାଇବା ଦ୍ୱାରା ହାକୁଟି ସମସ୍ୟା ଦୂର ହୁଏ।

Post a Comment

0 Comments